ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୮ କରୋନା ସଂକ୍ରମିତ

ଭୁବନେଶ୍ୱର, ନଭେମ୍ବର ୨୪ : ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବା ବେଳେ ଗତ ୨ ଦିନ ହେଲା ସଂକ୍ରମଣ ସାମନ୍ୟ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟରୁ ୧୬୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସହେିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ରହିଛନ୍ତି ୫୩ ଜଣ ।  ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୩୦ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି ।

gpkandhamal

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୬୭୪ ଜଣ କରୋନା ଆ କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୨୧ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୩୭୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । 

Umasankar Adv
Leave A Reply

Your email address will not be published.