ଭାରତ ଆସିବେ ଋଷ ରାଷ୍ଟ୍ରପତି

ନୂଆଦିଲ୍ଲୀ, ନଭେମ୍ବର ୨୬ : ଆସନ୍ତା ଡିସେମ୍ବର ୬ରେ ଭାରତ ଆସୁଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ଦୀର୍ଘ ଦିନରୁ ଋଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତକୁ ନେଇ ଚର୍ଚ୍ଚା ଯୋର ଧରିଥିବା ବେଳେ ଆସନ୍ତା ୬ରେ ଭାରତ ଆସୁଛନ୍ତି ପୁଟିନ୍ ।  ତେବେ ପୁଟିନଙ୍କ ଭାରତ ଗସ୍ତ ସମ୍ପର୍କରେ ସୂଚନା ଦେଇଛି ବିଦେଶ ମନ୍ତ୍ରଣାଳୟ । ୨୧ ତମ ଭାରତ-ଋଷିଆ ବାର୍ଷିକ ସମ୍ମିଳନୀରେ ସେ ଯୋଗ ଦେବେ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।ଏହାସହିତ ବିଦେଶ ମନ୍ତ୍ରଣାଳୟର ସୂଚନା ଅନୁସାରେ ଭାରତ ଏବଂ ଋଷର ବିଦେଶ-ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଟୁ ପ୍ଲସ ଟୁ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.