ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର ,ନଭେମ୍ବର 30 : ଗତ ୨୪ ଘଣ୍ଟାରେ ୨୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 

Leave A Reply

Your email address will not be published.