ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ,ପୁଣି ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର, ଡିସେମ୍ବର ୨ : ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଆଧାରରେ ଆଜି ଆଉ ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍‌ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି। ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ବ ନିରୀକ୍ଷକ ଶ୍ରୀ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରୀରୁ ବହିଷ୍କୃତ କରାଯାଇଛି ।ସେହିପରି ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲ୍‌ଟି ଓ ଛତ୍ରପୁର ଏନ୍‌.ଏ.ସି.ର ପୂର୍ବତନ କାର୍ଯ୍ୟାନିର୍ବାହୀ ଅଧିକାରୀ) ଶ୍ରୀମତୀ ଲଳିତା କପୁରଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି। ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ବେଲପାହାଡ ମ୍ୟୁନିସିପାଲ୍‌ଟିର କାର‌୍ୟ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।ସେହିପରି ଝାରସୁଗୁଡା ମ୍ୟୁନିସ୍‌ପାଲିଟ୍‌ର ପୂର୍ବତନ କାର୍ଯ୍ୟାନିର୍ବାହୀ ଅଧିକାରୀ ଶ୍ରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave A Reply

Your email address will not be published.