ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଡିସେମ୍ବର ୮ : ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨୬କୁ ବୃଦ୍ଧି ପାଇଛି ।  ଆଜି ଦୁଇ ଜିଲ୍ଲାରୁ ଦୁଇ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । କଟକ ଜିଲ୍ଲାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ତାଙ୍କର ବୟସ ୬୫ ବର୍ଷ ବୋଲି ଜଣାପଡିଛି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୪୬ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି ।   ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ ୧୦୫୦୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୪୨ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୪୦୧୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।   

Leave A Reply

Your email address will not be published.