ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୨୫୫ ପଜିଟି

ଭୁବନେଶ୍ୱର, ଡିସେମ୍ବର ୮: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୭୬୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷରୁ କମ ବୟସର ରହିଛନ୍ତି ୫୪ ଜଣ ।  ଅନୁଗୁଳରୁ ୧୪, ଭଦ୍ରକରୁ ୨, ବଲାଙ୍ଗିରରୁ ୨, କଟକରୁ ୧୨, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୦୬, ମୟୂରଭଞ୍ଜରୁ ୨୨, ନୟାଗଡରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧୯, ସୁନ୍ଦରଗଡରୁ ୧୮ ଓ ଷ୍ଟେଟ ପୁଲରୁ ୨୫ ଜଣ ରହିଛନ୍ତି ।  ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ ୧୦୫୦୭୬୦ ଜଣ କରୋନା ଆ କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୪୨ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୪୦୧୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।   

Leave A Reply

Your email address will not be published.