୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ,୧୮ ବର୍ଷରୁ କମ୍‌ ବୟସର ୨୪ ଜଣ ଆକ୍ରାନ୍ତ

ଭୁବନେଶ୍ୱର,ଡିସେମ୍ବର 9 : ଗତ ୨୪ ଘଣ୍ଟା ମଧ୍ୟରେ ୧୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୯୫୫ରେ ପହଞ୍ଚିଛି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୪ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.