ବିଶ୍ବବ୍ୟାପୀ କରୋନା ଭାଇରସ୍‌ରେ ୨୬.୯୩ କୋଟି ଲୋକ ଆକ୍ରାନ୍ତ, ୫୩.୧୦ ଲକ୍ଷ ମୃତ

ନୂଆଦିଲ୍ଲୀ, ଡିସେମ୍ବର ୧୧ : କରୋନା ଭାଇରସ ମହାମାରୀ ଭାରତ ସମେତ ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ମହାମାରୀ ଯୋଗୁଁ ୫୩.୧୦ ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇସାରିଛି। ଆକ୍ରାନ୍ତଙ୍କ ସଂଖ୍ୟା ୨୬.୯୩ କୋଟି ଅତିକ୍ରମ କରିସାରିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ ୫ ଲକ୍ଷ ୯୯ ହଜାର ୯୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ହଜାର ୩୨୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।   ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୨୬ କୋଟି ୯୩ ଲକ୍ଷ ୮୮ ହଜାର ୧୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। କରୋନା ଯୋଗୁଁ ୫୩ ଲକ୍ଷ ୧୦ ହଜାର ୮୬୬ ଜଣଙ୍କର ମୃତ୍ୟୁ ହୋଇସାରିଛି। ଏବେ ବିଶ୍ବରେ ୨୪ କୋଟି ୨୨ ଲକ୍ଷ ୨୩ ହଜାର ୮୩୮ ଜଣ  କରୋନାରୁ ସୁସ୍ଥ ହୋଇସାରିଥିବା ବେଳେ ୨ କୋଟି ୧୮ ଲକ୍ଷ ୫୩ ହଜାର ୪୫୧ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୮୮ ହଜାର ୯୪୫ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। 

Leave A Reply

Your email address will not be published.