କମୁଛି କରୋନା ଗ୍ରାଫ୍‌

ଭୁବନେଶ୍ୱର, ଡିସେମ୍ବର ୧୬ : ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୩୧୮ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୭୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସର ୨୬ ଜଣ ରହିଛନ୍ତି । ଅନୁଗୁଳରୁ ୧, ବାଲେଶ୍ୱରରୁ ୩, ଭଦ୍ରକରୁ ୨, ବୋଦ୍ଧରୁ ୧, କଟକରୁ ୧୨, ଦେଓଗଡରୁ ୬, ଢେଙ୍କାନାଳରୁ ୪, ଗଡପତିରୁ ୩, ଗଞ୍ଜାମ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୯, କଳାହାଣ୍ଡିରୁ ୩, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୮୪, ମୟୂରଭଞ୍ଜରୁ ୧, ପୁରୀରୁ ୧, ରାୟଗଡାରୁ ୪, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୧୫ ଓ ଷ୍ଟେଟ ପୁଲରୁ ୨୦ ଜଣ ରହିଛନ୍ତି ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୩୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୮୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.