ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,ଡିସେମ୍ବର 17 : ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୪୭୨ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୪୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.