ଓଡ଼ିଶା ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ଏକାଥରକେ ନିଯୁକ୍ତି ପାଇଲେ ୬୧୩୧ ଜଣ ଶିକ୍ଷକ

ଭୁବନେଶ୍ୱର,ଡିସେମ୍ବର 17 : ଓଡ଼ିଶା ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ଏକାଥରକେ ନିଯୁକ୍ତି ପାଇଛନ୍ତି ୬୧୩୧ ଜଣ ଶିକ୍ଷକ । ଯାହାଫଳରେ ଶିକ୍ଷାର ପ୍ରଚାର ଓ ପ୍ରସାର ପାଇଁ ଏହା ଖୁବ୍ ସହାୟକ ହେବ । ଏପର୍ଯ୍ୟନ୍ତ  ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପଯ୍ୟାୟରେ ଶେଷ ହୋଇଥିବା ବେଳେ, ପଯ୍ୟାୟ କ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ଶିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫ଟି ହାଇସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମ ରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯିବା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ 

Leave A Reply

Your email address will not be published.