ବିଶ୍ବବ୍ୟାପୀ କରୋନା ଭାଇରସ୍‌ରେ ୫୩.୬୦ ଲକ୍ଷ ମୃତ

ନୂଆଦିଲ୍ଲୀ, ଡିସେମ୍ବର ୧୮ : ଭାରତ ସମେତ ସମଗ୍ର ବିଶ୍ବକୁ କରୋନା ଭାଇରସ ମହାମାରୀ ଡରାଉଛି। ଏହି ସଂକ୍ରମଣ ଯୋଗୁଁ ୫୩.୬୦ ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇସାରିଛି। ଆକ୍ରାନ୍ତଙ୍କ ସଂଖ୍ୟା ୨୭.୩୯ କୋଟି ଅତିକ୍ରମ କରିସାରିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ ୭ ଲକ୍ଷ ୧୮ ହଜାର ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬ ହଜାର ୮୦୮ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।   ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୨୭ କୋଟି ୩୯ ଲକ୍ଷ ୪୧ ହଜାର ୩୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। କରୋନା ଯୋଗୁଁ ୫୩ ଲକ୍ଷ ୬୦ ହଜାର ୧୦୩ ଜଣଙ୍କର ମୃତ୍ୟୁ ହୋଇସାରିଛି। ଏବେ ବିଶ୍ବରେ ୨୪ କୋଟି ୫୮ ଲକ୍ଷ ୧୭ ହଜାର ୧୬୫ ଜଣ  କରୋନାରୁ ସୁସ୍ଥ ହୋଇସାରିଥିବା ବେଳେ ୨ କୋଟି ୨୭ଲକ୍ଷ ୬୪ ହଜାର ୧୦୦ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୮୯ ହଜାର ୨୭୮ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। 

Leave A Reply

Your email address will not be published.