ନୂଆଦିଲ୍ଲୀ, ଡିସେମ୍ବର ୨୧ : କରୋନା ଭାଇରସ ମହାମାରୀ ଭାରତ ସମେତ ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ବିଶ୍ବବ୍ୟାପୀ ୫୩.୭୫ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇସାରିଛି। ଆକ୍ରାନ୍ତଙ୍କ ସଂଖ୍ୟା ୨୭.୫୬ କୋଟି ଅତିକ୍ରମ କରିସାରିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ ୫ ଲକ୍ଷ ୧୧ ହଜାର ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ହଜାର ୭୨୧ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୨୭ କୋଟି ୫୬ ଲକ୍ଷ ୯୬ ହଜାର ୨୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। କରୋନା ଯୋଗୁଁ ୫୩ ଲକ୍ଷ ୭୫ ହଜାର ୮୬୧ ଜଣଙ୍କର ମୃତ୍ୟୁ ହୋଇସାରିଛି। ଏବେ ବିଶ୍ବରେ ୨୪ କୋଟି ୭୨ ଲକ୍ଷ ୭୩ ହଜାର ୯୫୯ ଜଣ କରୋନାରୁ ସୁସ୍ଥ ହୋଇସାରିଥିବା ବେଳେ ୨ କୋଟି ୩୦ଲକ୍ଷ ୪୬ ହଜାର ୪୫୩ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୮୮ ହଜାର ୬୭୧ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି।