କରୋନା: ଦିନକରେ ଆମେରିକାରେ ୧.୨୦ ଲକ୍ଷ ପଜିଟିଭ୍‌

ୱାଶିଂଟନ୍‌, ଡିସେମ୍ବର ୨୧ : କରୋନା ଭାଇରସ୍‌ ମହାମାରୀ ଆମେରିକା ଓ ବ୍ରିଟେନ୍‌ବାସୀଙ୍କୁ ଅଧିକ ପ୍ରଭାବିତ କରିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଆମେରିକାରେ ୧ ଲକ୍ଷ ୧୯ ହଜାର ୮୫୧ ଜଣ ଲୋକ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧ ଲକ୍ଷ ୮ ହଜାର ୯୨୮ଜଣ କରୋନାରୁ ସୁସ୍ଥ ହୋଇଥିଲା ବେଳେ ୪୪୫ ଜଣଙ୍କର ମୃତ୍ୟୁ ହୋଇଛି। ବ୍ରିଟେନ୍‌ରେ ୯୧ ହଜାର ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି।  ଆମେରିକାରେ ଏଯାଏଁ ୫ କୋଟି ୧୯ ଲକ୍ଷ ୯୨ ହଜାର ୫୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ କୋଟି ୬ ଲକ୍ଷ ୫୬ ହଜାର ୭୩ ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ୮ ଲକ୍ଷ ୨୮ ହଜାର ୩୩୦ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେ‌ଳେ ୧ କୋଟି ୫ ଲକ୍ଷ ୮ ହଜାର ୧୪୬ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଏଥିରୁ ୧୫ ହଜାର ୭୯୮ ଜଣଙ୍କର ଅବସ୍ଥା ଗୁରୁତର ରହିଛି।  ବ୍ରିଟେନ୍‌ରେ ବିଗତ ୨୪ ଘଣ୍ଟା ମଧ୍ୟରେ ୯୧ ହଜାର ୭୪୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୩ ହଜାର ୧୮୬ ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ୪୪୦ ଜଣଙ୍କର ମୃତ୍ୟୁ ହୋଇଛି। 

Leave A Reply

Your email address will not be published.