ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଡିସେମ୍ବର୨୩ : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ମାମଲା ହ୍ରାସ ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୪୮କୁ ବୃଦ୍ଧି ପାଇଛି ।  ଆଜି ଯାଜପୁର ଜିଲ୍ଲାରୁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣ ହେଉଛନ୍ତି ୧୦୪ ବର୍ଷୀୟ ବୃଦ୍ଧ । ସେ କରୋନା ସହିତ ଅନ୍ୟ ରୋଗରେ ମଧ୍ୟ ପୀଡିତ ଥିଲେ ।   ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୫୩୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୮୪ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୪୩୨୧୯ ଜଣ ସୁସ୍ଥ ହଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । 

Leave A Reply

Your email address will not be published.