ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ସଂକ୍ରମିତ

ଭୁବନେଶ୍ୱର, ଡିସେମ୍ବର୨୩ : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ମାମଲା ହ୍ରାସ ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ ବୟସର ରହିଛନ୍ତି ୩୨ ଜଣ । ଅନଗୁଳରୁ ୧, ବାଲେଶ୍ୱରରୁ ୧, କଟକରୁ ୮, ଦେଓଗଡରୁ ୭, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୪, ଝାରସୁଗୁଡାରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୮୪, ମୟୂରଭଞ୍ଜରୁ ୧, ପୁରୀରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୩ ଓ ଷ୍ଟେଟ ପୁଲରୁ ୨୦ ଜଣ ରହିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୫୩୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୮୪ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୪୩୨୧୯ ଜଣ ସୁସ୍ଥ ହଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । 

Leave A Reply

Your email address will not be published.