୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,ଡିସେମ୍ବର 24: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି । କରୋନାରେ ପ୍ରାଣ ହରାଇଥିବା ଆଉ ୨ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ବାଲେଶ୍ବର ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ତାଙ୍କର ବୟସ ୮୪ ବର୍ଷ ଓ ସେ ଜଣେ ମହିଳା ବୋଲି ଜଣାଯାଇଛି। ସେହିପରି ଗଞ୍ଜାମ ଜିଲ୍ଲାର ଜଣେ ୫୮ ବର୍ଷିୟ ପୁରୁଷ ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ।

Leave A Reply

Your email address will not be published.