ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଡିସେମ୍ବର୨୫ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୨୪ ଜଣ କରୋନା ପଜିଟିଭ ଟିହ୍ନଟ ହୋଇଥିବା ବେଳେ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।  ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ମୃତକ ଜଣକ ହେଉଛନ୍ତି ୪୬ ବର୍ଷୀୟ ପୁରୁଷ । ସେ କରୋନା ସହିତ କିଡନୀ ଓ ମଧୁମେହ ରୋଗରେ ପୀଡିତ ଥିଲେ । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୭୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୬୦୧ ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.