ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଡିସେମ୍ବର୨୮ : ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜମଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।   ତେବେ ଆଜି ୨ଟି ଜିଲ୍ଲାରୁ ୨ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୫୯ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୪୪୦୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.