ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ

ଭୁବନେଶ୍ୱର,ଡିସେମ୍ବର 30 : ଆଉ କିଛି ଦିନ ପରେ ହେବାକୁ ଯାଉଛି ପଞ୍ଚାୟତ ନିର୍ବାଚନ । ଏନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି । ତେବେ ଆଜି ୱାର୍ଡ ମେମ୍ବର, ସରପଂଚ ଓ ସମିତି ସଭ୍ୟଙ୍କ ପାଇଁ ନିର୍ବାଚନ କମିଶନର ଚିହ୍ନ ଜାରୀ କରିଛନ୍ତି । ସ୍ୱାଧୀନ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୧୯ଟି ଚିହ୍ନ , ସମିତି ସଭ୍ୟ ପାଇଁ ୧୯ଟି ଚିହ୍ନ ,ୱାର୍ଡ ମେମ୍ବରଙ୍କ ପାଇଁ ୧୫ଟି ଚିହ୍ନଟ ଓ ସରପଞ୍ଚ ପାଇଁ ୩୨ଟି ଚିହ୍ନ ରହିଛି । ସ୍ୱୀକୃତି ପ୍ରାପ୍ତ ଦଳ ସେମାନଙ୍କ ଦଳୀୟ ଚିହ୍ନରେ ଲଢ଼ିବେ ଜିଲ୍ଲା ପରିଷଦ ଆସନ। ଚିହ୍ନଗୁଡିକ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ।

Leave A Reply

Your email address will not be published.