ଶ୍ରୀନଗରର ପନ୍ଥା ଛକରେ ଏନ୍‌କାଉଣ୍ଟର

ଶ୍ରୀନଗର, ଡିସେମ୍ବର ୩୧ : ଜମ୍ମୁ କଶ୍ମୀରର ରାଜଧାନୀ ଶ୍ରୀନଗରସ୍ଥିତ ପନ୍ଥା ଛକରେ ସୁରକ୍ଷା ବାହିନୀର ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୩ ଜଣ ନକ୍ସଲ ନିହତ ହୋଇଥିଲା ବେଳେ ୪ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଆହତ ପୋଲିସ କର୍ମଚାରୀମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଶ୍ମୀର ଆଇଜିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ଗୁରୁବାର ବିଳମ୍ବିତ ରାତିରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀମାନଙ୍କ ମଧ୍ୟରେ ଶ୍ରୀନଗରରେ ଏନ୍‌କାଉଣ୍ଟର ହୋଇଥିଲା। ଏଥିରେ ଆତଙ୍କବାଦୀ ସଂଗଠନ ‘ଜୈଶ-ଏ-ମହମ୍ମଦ’ର ଜଣେ ସଦସ୍ୟ ସୁହାଇଲ ଅହମଦ ରଥର ଓ ଅନ୍ୟ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବନ୍ଧୁକ, ଗୁଳି ଓ ଅନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଛି। 

Leave A Reply

Your email address will not be published.