୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୨୯୮ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ,ଜାନୁଆରୀ ୧ : ଗତ ୨୪ ଘଣ୍ଟା ମଧ୍ୟରେ ୨୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୮୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୫୮୪୬୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.