ରାଜ୍ୟରେ ପୁଣି ବଢିଲା କରୋନା କେସ୍‌

ଭୁବନେଶ୍ୱର, ଜାନୁଆରୀ ୦୩ : ରାଜ୍ୟରେ ପୁଣି ଥରେ ବଢିବାରେ ଲାଗିଲାଣି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୪ ନୂଆ କରୋନା ଆକ୍ରାନ୍ତ ଚି୍‌ହନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୯୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।  ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୪୭ ଜଣ ରହିଛନ୍ତି ।  ବାଲେଶ୍ୱରରୁ ୨୯, ବରଗଡରୁ ୫, ଭଦ୍ରକରୁ ୧, ବଲାଙ୍ଗିରରୁ ୬, କଟକରୁ ୬୬, ଦେଓଗଡରୁ ୪, ଢେଙ୍କାନାଳରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡାରୁ ୧୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୫୧, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡରୁ ୫, ପୁରୀରୁ ୧୨, ରାୟଗଡାରୁ ୨, ସମ୍ବଲପୁରରୁ ୨୨, ସୋନପୁରରୁ ୭, ସୁନ୍ଦରଗଡରୁ ୨୭ ଓ ଷ୍ଟେଟ ପୁଲରୁ ୩୧ ଜଣ ରହିଛନ୍ତି ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୫୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୫୧୦୯ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.