ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ

ଭୁବନେଶ୍ୱର, ଜାନୁଆରୀ ୦୭ : ରାଜ୍ୟରେ ଗତ କିଛି ଦିନ ହେଲା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨୭୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୫୭୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।  ସେହିପରି ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୪୦୯ ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୨୪୭୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।  ଅନୁଗୁଳରୁ ୭, ବାଲେଶ୍ୱରରୁ ୭୩, ବରଗଡରୁ ୭୫, ଭଦ୍ରକରୁ ୫, ବଲାଙ୍ଗିରୀରୁ ୫୪, ବୋଦ୍ଧରୁ ୭, କଟକରୁ ୧୯୧, ଦେଓଗଡରୁ ୩୭, ଢେଙ୍କାନାଳରୁ ୩, ଗଜପତିରୁ ୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୩, ଯାଜପୁରରୁ ୭୮, ଝାରସୁଗୁଡାରୁ ୧୦୬, କଳାହାଣ୍ଡିରୁ ୧୩, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୩୩, ଖୋର୍ଦ୍ଧାରୁ ୯୨୬, କୋରାପୁଟରୁ ୧୯, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୨, ନବରଙ୍ଗପୁରରୁ ୨୯, ନୟାଗଡରୁ ୬, ନୂଆପଡାରୁ ୧୦, ପୁରୀରୁ ୫୪, ରାୟଗଡାରୁ ୨୨, ସମ୍ବଲପୁରରୁ ୧୭୯, ସୋନପୁରରୁ ୧୦, ସୁନ୍ଦରଗଡରୁ ୪୫୪ ଓ ଷ୍ଟେଟ ପୁଲରୁ ୨୧୧ ଜଣ ରହିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୨୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୩୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୫୭୧୮ ଜଣ ସୁସ୍ଥ ହୋଇଛନ୍ତି । 

Leave A Reply

Your email address will not be published.