୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ଜାନୁଆରୀ ୧୦ : ସୋମବାର ଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ । ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ୧୨ ଓ୧୩ ତାରିଖରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସୋମବାର ଠାରୁ ପଶ୍ଚିମ ଓଡିଶାରେ ବର୍ଷା ହେବ । ପଶ୍ଚିମା ଝଡ ପ୍ରଭାବରେ ନୂଆପଡା, ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୋନପୁର, ସୁନ୍ଦରଗଡ, ଦେବଗଡର କିଛି ସ୍ଥାନରେ ବର୍ଷା ହେବ । ଏହି ସବୁ ସ୍ଥାନରେ ସ୍ୱଳ୍ପରୁଧ୍ଧ୍‌ମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।  ସେହିପରି ୧୧ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ବର୍ଷା ସହ ଘଡଘଡି ହୋଇପାରେ । ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଆଜି ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ ଅଧିକ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।  ସେପଟେ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ ଦେବଗଡରେ ଘଡଘଡି ହେବା ଆଶଙ୍କାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ରେ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କଟକ, ନୟାଗଡ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ୭ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୧୩ରେ ବି ପ୍ରବଳ ବର୍ଷା ହେବ । 

Leave A Reply

Your email address will not be published.