୨୪ ଘଣ୍ଟାରେ ୧୦ ହଜାର ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର ,ଜାନୁଆରୀ 14 : ଗତ ୨୪ ଘଣ୍ଟା ମଧ୍ୟରେ ୧୦୨୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧୧୮୭୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୩୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୬୫ ଜଣ ରହିଛନ୍ତି । ସେହିପରି ବଡ଼ କଥା ହେଉଛି ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ସଂଖ୍ୟା ମଧ୍ୟ ଆଗକୁ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ଭଦ୍ରକ, କଟକ,ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ମୃତ୍ୟୁସଂଖ୍ୟା ୮ ହଜାର ୪୭୬କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.