ରାଜ୍ୟରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଜାନୁଆରୀ ୧୯ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଇଛି ମହାମାରୀ । ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଲାଣି । ତେବେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆଜି ପାଞ୍ଚ ଜିଲ୍ଲାରୁ ଛଅ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ଜଗତସିଂହପୁର, କଟକ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.