ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର ,ଜାନୁଆରୀ 31 : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୨୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଜଗତସିଂହପୁର ଜିଲ୍ଲାରୁ ୨ଜଣ ଏବଂ ଢେଙ୍କାନାଳ, କଟକ, ଭଦ୍ରକ, କେନ୍ଦୁଝର, ପୁରୀ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.