ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ

ଭୁବନେଶ୍ୱର, ଫେବୃଆରୀ ୪ : ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର ୬୯୭ କରୋନା ଆକ୍ରାନ୍‌ଚ ଚିହ୍ନଟ ହୋଇଥିବା ବେଳେ ୨୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୬୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ସେହିପରି ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ହୋଇଛି । ସୁନ୍ଦଗଡରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର, ଢେଙ୍କନାଶ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ବି ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ୍ ୧୨୬୨୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୪୯୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୨୨୮୬୭ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.