୨୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଫେବୃଆରୀ ୫ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ମାତ୍ର ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ବ୍ରେକ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୭୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝରରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର, ବୌଦ୍ଧ, ଗଞ୍ଜାମ, ନୟାଗଡ, ନବରଙ୍ଗପୁର, ସୁବର୍ଣ୍ଣପୁର ଓ ଜଗତସିଂହପୁରରୁ ଜଣେ ଲେଖାଏଁ ମୃତକ ରହିଛନ୍ତି । 

Leave A Reply

Your email address will not be published.