ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ ୧୧/୦୨: ବୋଲ କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୫୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୮୦୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୫୭ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୬ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୬୯୭୮୦୨ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୧୨ ଲକ୍ଷ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୦୭୧୭୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.