ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର ୧୧।୨: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ପିପିଲିକାନୀ ଅଞ୍ଚଳରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । କଚନମୁଡା ପୋଖରୀରୁ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକ । ତେବେ ମୃତକଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କ ବୟସ ୬୫ ବର୍ଷରୁ ଅଧିକ ହେବ ବୋଲି ଜଣାପଡ଼ିଛି । ଗାଁ ଲୋକମାନେ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ପରେ ଉଲୁଣ୍ଡା ଦମକଳ ବହିନୀକୁ ଖବର ଦେବା ପରେ ଶବକୁ ପୋଖରୀରୁ ଉଦ୍ଧାର ପାଇଁ ପହଞ୍ଚିଛି । ଖବର ଲେଖା ହେବ ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡିଛି ।

Leave A Reply

Your email address will not be published.