ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୭ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ ୧୫/୦୨: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୭୪୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୪୭ ଛୁଇଁଛି । ଏବେସୁଦ୍ଧା ଦେଶରେ ୪ କୋଟି ୨୬ ଲକ୍ଷ ୯୨ ହଜାର ୯୪୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୪୨୩୧୨୭ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୧୭ ଲକ୍ଷ ୬୦ ହଜାର ୪୫୮ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୦୯୩୫୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.