ହୃଦଘାତରେ ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମୃତ୍ୟୁ

ବରଗଡ଼ ୧୬।୨: ବରଗଡ ଜିଲ୍ଲା ଗୋବିନ୍ଦପୁର ପଞ୍ଚାୟତରେ ସରପଞ୍ଚ ନିର୍ବାଚନ ସ୍ଥଗିତ । ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ନିର୍ବାଚନ ସ୍ଥଗିତ ହୋଇଛି । ବୁଧବାର ହୃଦଘାତରେ ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମୃତ୍ୟୁ  ହୋଇଛି। ସେ ସୂର୍ଯ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିଲେ । ତାଙ୍କ ମୃତ୍ୟୁ ଯୋଗୁଁ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।ସୋମବାର ଦିନ ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ କେଲେଣ୍ଡା ପାଲି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ସରୋଜ ସେଠଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ଫଳରେ ସେଠାରେ ହେବାକୁ ଥିବା ଭୋଟ୍ ଗ୍ରହଣ ବନ୍ଦ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଥିଲା । ସରୋଜ ପୂର୍ବରୁ କ୍ୟାନ୍ସର ରୋଗରେ ପୀଡ଼ିତ ହୋଇଥିଲେ । କିଛି ଦିନ ତଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା କରିବା ପାଇଁ ପରିବାର ପକ୍ଷରୁ କଟକ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

Leave A Reply

Your email address will not be published.