ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୨ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ ୧୯/୦୨: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୨୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୨୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୨୫ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୫୩୭୩୯ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୦ ଲକ୍ଷ ୩୭ ହଜାର ୫୩୬ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୧ ହଜାରରୁ ଅଧିକ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.