ଶନି ଓ ରବିବାର ବର୍ଷା

ଭୁବନେଶ୍ୱର,୧୯/୦୨: ଆସନ୍ତା ଦୁଇ ଦିନ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଆଶଙ୍କା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣରେ ବର୍ଷା ହୋଇପାରେ । ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ରାତି ତାପମାତ୍ରା ବଢୁଛି ଓ ଶୀତ କମ୍‌ ରହିଛି । ଦାରିଙ୍ଗିବାଡ଼ି ଓ କୋରାପୁଟରେ ରାତି ତାପମାତ୍ରା ବଢ଼ି ୧୩ ଡିଗ୍ରୀରେ ପହଞ୍ଚିଲାଣି । ଗୋପାଳପୁରରେ ସର୍ବନିମ୍ନ ତାପମାତ୍ରା ୨୧.୪ ଡିଗ୍ରୀ, ପୁରୀରେ ୨୦.୬, ନୟାଗଡ଼ରେ ୧୯.୫, ପାରାଦୀପରେ ୧୯.୨, ଛତ୍ରପୁର ଓ ଟିଟିଲାଗଡ଼ରେ ୧୮ ଡିଗ୍ରୀ ରେକର୍ଡ ହୋଇଛି । ଆସନ୍ତା ୩ଦିନ ଯାଏ ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ । ପରେ ଦୁଇ ଦିନ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.