ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର ୨୧।୨: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଅତିରିକ୍ତ ଏସ୍.ପି. ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । କଟକ ତୁଳସୀପୁର ସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା ।   ତାଙ୍କ ନିକଟରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା।   ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ତ୍ରିନାଥ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।

Leave A Reply

Your email address will not be published.