ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ ୨୫/୦୨: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୧୫ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୨ ଛୁଇଁଛି ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩୪୨୩୫ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୨ ଲକ୍ଷ ୪୬ ହଜାର ୮୮୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୩ ହଜାର ୨୨୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.