ମାର୍ଚ୍ଚ ୭ ପରେ ବଢିବ ତାତି

ଭୁବନେଶ୍ୱର ୦୪/୦୩: ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଖରାଟିଆ ପାଗ ହେବା ସହିତ ତାପମାତ୍ରା ବଢ଼ିବ । ଆଭ୍ୟନ୍ତରୀଣ ଦକ୍ଷିଣ ସବୁଠୁ ଉତ୍ତପ୍ତ ହେବ । ଚଳିତ ମାସ ୭ରୁ ୧୨ ତାରିଖ ମଧ୍ୟରେ ଗରମ ଦ୍ରୁତ ଗତିରେ ବୃଦ୍ଧି ପାଇବ । ସେହିପରି ସର୍ବାଧିକ ତାପମାତ୍ରା ଉପକୂଳ ଜିଲ୍ଲାରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ୨ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ବଢ଼ିବ । ୭ରୁ ୧୨ ମଧ୍ୟରେ ପ୍ରାୟ ୩ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ବଢ଼ିପାରେ । ଅନୁଗୁଳ ସମେତ କେନ୍ଦ୍ରୀୟ ଓଡ଼ିଶା ଓ ଆଭ୍ୟନ୍ତରୀଣ ଦକ୍ଷିଣରେ ୭ରୁ ୧୨ ଭିତରେ ପ୍ରାୟ ୪ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ବଢିବା ବେଳେ ଆଭ୍ୟନ୍ତରୀଣ ଉତ୍ତରରେ ୩ ଡିଗ୍ରୀ ସେଲସିୟସରୁ ଅଧିକ ବଢିବାର ସମ୍ଭାବନା ରହିଛି ବୋଲି କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି, ୧୧ ବା ୧୨ ତାରିଖରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୮.୫ ଡିଗ୍ରୀ ସେଲସିୟସ୍‌, ଅନୁଗୁଳ, ତାଳଚେର, ସୋନପୁର, ଭବାନୀପାଟଣା, ଟିଟିଲାଗଡ଼, କାଲିମେଳାରେ ୩୯ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ଏବଂ ଝାରସୁଗୁଡ଼ାରେ ୩୭.୫ ଡିଗ୍ରୀ ସେଲସିୟସ, ଚାନ୍ଦବାଲିରେ ୩୭ ଡିଗ୍ରୀ ସେଲସିୟସ୍‌ ହୋଇପାରେ । ହୁଏତ କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଛୁଇଁପାରେ ।

Leave A Reply

Your email address will not be published.