ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର ୦୯।୦୩: ଭିଜିଲାନ୍ସ ଜାଲରେ ଗ୍ରାମ ଉନ୍ନୟନ ବିଦ୍ୟୁତ ବିଭାଗ ନିର୍ବାହୀଯନ୍ତ୍ରୀ ଜଗନ୍ନାଥ ସେଠୀ । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଗ୍ରାମ୍ୟ ଉନ୍ନୟନ ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ବାସଭବନ ସମେତ ବିଭିନ୍ନ ସ୍ଥାନରେ ଏକାସାଙ୍ଗରେ ଚଢାଉ କରିଛି ଭିଜିଲାନ୍ସ । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

Leave A Reply

Your email address will not be published.