ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ ୧୨/୦୩: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୬୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮୯ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୯ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୪୦୫୫୯ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୩୧ ହଜାର ୫୧୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୧୫୮୦୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.