ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

କଟକ ୧୬।୦୩ : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । କଟକରେ କାର୍ଯ୍ୟରତ ଡ୍ରେନେଜ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । କଟକ, ଭୁବନେଶ୍ବର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । କଟକ ଗଣ୍ଡରପୁରସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଲା ଘର, କଟକ ନେମାଳ ସ୍ଥିତ ପୈତୃକ ଘର, ପାହାଳରେ ମନୋଜଙ୍କ ସ୍ତ୍ରୀ ଦେବସ୍ମିତା ବେହେରାଙ୍କ ନାଁରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ । କଟକ ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ୱାରେଣ୍ଟ ବଳରେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ ୪ ଜଣ ଡିଏସ୍‌ପି, ୮ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । କିନ୍ତୁ ଚଢାଉରେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ମଧ୍ୟ ସୂଚନା ମିଳିଛି ।

Leave A Reply

Your email address will not be published.