ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ : ୫ ମୃତ, ୧୭ ଗୁରୁତର

ରାୟପୁର ୧୬।୦୩ : ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକ୍ ଓ ଟ୍ରାକ୍ଟର ଧକ୍କା ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୧୭ ଜଣ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଟ୍ରାକ୍ଟରରେ ୨୫ରୁ ଅଧିକ ଲୋକ ବସିଥିଲେ । ମେନପୁର ଅଭିମୁଖେ ଯାଇଥିବା ଜାତୀୟ ରାଜପଥରେ ଟ୍ରକ୍ ଟି ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ଧକ୍କା ଦେଇଥିଲା । ଗରିଆବନ୍ଧ ଠାରୁ ୮ କିଲୋମିଟର ଦୂର ଜୋବା ନିକଟରେ ଏହି ଦୁର୍ଘଟଣା ଘଟିଛି । ସମସ୍ତେ ମାଜରକଟାର ବୋଲି ଜଣାପଡ଼ିଛି । ଏକ ପାରିବାରିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କ ମଧ୍ୟରେ ୧୪ ଜଣ ମହିଳା ଅଛନ୍ତି। ସମସ୍ତଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି । ତେବେ  ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଆହତଙ୍କ ଆଶୁଆରୋଗ୍ଯ କାମନା କରିବା ସହ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.