ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର ୧୭।୦୩ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ କଟକ ଜିଲ୍ଲାର ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୦୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୦୫୭୯୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.