ରାଜ୍ୟରେ ଖସୁଛି ସଂକ୍ରମଣ

ଭୁବନେଶ୍ୱର ୨୦।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୩୫୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୧୮୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.