ମାନସ ସ୍ୱାଇଁ ହତ୍ୟା ମାମଲା, ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ ୨୨।୦୩ : କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲା । ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ । ଶର୍ମିଷ୍ଠା ଆବେଦନକୁ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ମାନସ ସ୍ୱାଇଁ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଅଛନ୍ତି ଶର୍ମିଷ୍ଠା ରାଉତ । ଖବର ଅନୁଯାୟୀ, ଗତ ଫେବ୍ରୁଆରି ୨୩ ତାରିଖରେ ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ। ଗତ ୧୬ ତାରିଖରେ ଏହି ମାମଲାର ଶୁଣାଣି ହୋଇଥିଲା , ତେବେ ଏହା ଏକ ସମ୍ବେଦନଶୀଳ ମାମଲା ଏବଂ ଆବେଦନକାରୀ ମାମଲାର ମୁଖ୍ୟ ଅଭିଯୁକ୍ତ ତେଣୁ ବର୍ତ୍ତମାନ ପରିସ୍ଥିତିରେ ଜାମିନ ଦେବା  ଉଚିତ୍ ହେବନାହିଁ ବୋଲି ଯୁକ୍ତି ରଖିଥିଲେ ସରକାରୀ ଓକିଲ । ସେପଟେ ଆବେଦନରେ ତ୍ରୁଟି ଥିବା ଦର୍ଶାଇ ହାଇକୋର୍ଟ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି।  ଚାନ୍ଦବାଲି ଥାନାରେ ମାନସ ସ୍ବାଇଁଙ୍କ ନିଖୋଜ ନେଇ ତାଙ୍କ ପରିବାର ପକ୍ଷରୁ ଫେବ୍ରୁଆରି ୧୪ ତାରିଖରେ ଅଭିଯୋଗ କରଯାଇଥିଲା। ଚାନ୍ଦବାଲି ଥାନା ପୋଲିସ ଆଇପିସିର ଦଫା ୩୬୩ ଓ ୩୪ ଦଫାରେ ମାମଲା ରୁଜୁ କରିଥିଲା। ପରେ ହତ୍ୟା ମାମଲା ମଧ୍ୟ ରୁଜୁ ହୋଇ ସରିଛି , ଏବଂ ଅପରାଧରେ ସଂପୃକ୍ତ ଥିବା ଅଭିଯୋଗରେ ଏକାଧିକ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିସାରିଛି । ହେଲେ ଶର୍ମିଷ୍ଠା ଏବେବି ଫେରାର ଏବଂ ତାଙ୍କ ନିକଟରେ ପହଁଚିବା ପୋଲିସ ପାଇଁ ଏବେବି ସମ୍ଭବ ହୋଇପାରିନାହିଁ । ସେପଟେ ଘଟଣାରେ ଅବସରପ୍ରାପ୍ତ ସୂଚନା ଅଧିକାରୀ ନିରଞ୍ଜନ ସେଠୀ ଗିରଫ କରିଛି ପୋଲିସ । ଏବେ ଯାଏଁ ଘଟଣାରେ ମୋଟ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଆଉ କିଛି ଅଭିଯୁକ୍ତଙ୍କୁ ଘଟଣାରେ ଅଟକ ରଖିଛି ପଚରାଉଚରା କରୁଛି ପୋଲିସ ।

Leave A Reply

Your email address will not be published.