ଓଲଟିଲା ‘ଜଗାକାଳିଆ’

ଭଦ୍ରକ ୨୩।୦୩: ଓଲଟିଲା ଯାତ୍ରୀବାହୀ ବସ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ଓଲଟିଲା ବସ୍‌ । ଏହି ଦୁର୍ଘଟଣାରେ ୨୦ରୁ ୨୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, କଲିକତାରୁ କିଛି ଯାତ୍ରୀ ନେଇ ଭୁବନେଶ୍ୱର ଆସୁଥିଲା ଜଗାକାଳିଆ ବସ୍‌ । ୧୬ ନମ୍ବର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ  ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨୦ ରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଆହତଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.