ନୂଆଦିଲ୍ଲୀ ୨୫/୦୩: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮୩ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୧୫୩୦ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୭୮ ହଜାର ୮୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୧୬୭୫୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।