ରାଜ୍ୟରେ ଖସୁଛି ସଂକ୍ରମଣ

ଭୁବନେଶ୍ୱର ୩୦।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୦୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୦୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୬୨୧୫୪୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.