ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨୨୫ କରୋନା ପଜିଟିଭ୍

ନୂଆଦିଲ୍ଲୀ ୩୧/୦୩: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୨୮ଜଣଙ୍କ ମୃତ୍ୟୁ ଘଟିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୪୩୦୭ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୮୯ ହଜାର ୦୦୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୧୧୨୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.